ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୪ ତାରିଖ ବୁଧବାର ଚନ୍ଦ୍ର- ମୀନ ଦିବା ୧୦.୪୪ ଗତେ ମେଷ ତିଥି- ୫ମୀ ଦିବା ୧୨.୧୦ ଗତେ ୬ଷ୍ଠୀ ଘାତଚନ୍ଦ୍ର- ଧନୁ ରାଶିର, ଦିବା ୧୦.୪୪ ଗତେ ମେଷ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି
ମଘା - ଡାଇବେଟିସ୍ ଜନିତ ସମସ୍ୟା ଦୂର ହୋଇପାରେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।
ପୂ,ଫାଲଗୁନି - ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ । ଅତୀତ ଘଟଣା ବିଷୟରେ ଚିନ୍ତା କରି ମନ ଭଲ ଲାଗିବ ନାହିଁ ।
ଉ,ଫାଲଗୁନି - ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ । ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ଜମଜିମା, ମାଲିମକଦ୍ଦମା, ଯୋଗାଯୋଗ, ସାମ୍ବାଦିକତାରେ ପ୍ରତିଷ୍ଠାର୍ଜନ କରିବେ।
ପ୍ରତିକାର – ଘରର ବଡ ଲୋକ ମାନଙ୍କଠାରୁ ଆର୍ଶିବାଦ ନେଇ କର୍ମ ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧