• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th July 2023: ଅଫିସ୍ କାମରେ ଟେନସନ୍ ବଢ଼ିବ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର। ଚନ୍ଦ୍ର – ବୃଷ ଅହୋରାତ୍ର; ତିଥି – ୧୨ଶୀ ସନ୍ଧ୍ୟା ୦୭.୧୭ ଗତେ ୧୩ଶୀ, ଘାତ ଚନ୍ଦ୍ର– ବିଛା ଅହୋରାତ୍ର, ଘାତ ବାର– ବିଛା, ଧନୁ ଓ ମୀନ

Taurus

ବୃଷ

Friday 14 Jul 2023

କୃତିକା- କେତେକ କଷ୍ଟସାଧ୍ୟ କାର୍ଯ୍ୟ କରିବାକୁ ବାଧ୍ୟ ହୋଇପାରନ୍ତି। କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ।

ରୋହିଣୀ- ସାମାଜିକ ସ୍ତରରେ ମନର ବଳ ଖୁବ୍ ଟାଣ ରହିବ ଏବଂ ଜିଦ୍ରେ ଅଟଳ ରହିବେ । କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନ ହୋଇ ଆଜିର କାମ ସମ୍ପନ୍ନ କରିପାରିବେ। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟକୁ ସରଳ ବିଶ୍ୱାସ କରି କାମ କଲେ ଅସୁବିଧାରେ ପଡ଼ିପାରନ୍ତି।

ମୃଗଶିରା- ଲୋଭନୀୟ ପ୍ରତିଶ୍ରୁତି ଦେଇ ବନ୍ଧୁଙ୍କୁ ଆପ୍ୟାୟିତ କରିବେ। କୌଣସି ନୂତନ କର୍ମାରମ୍ଭ ସକାଶେ ପରିବାରରୁ ପ୍ରତିରୋଧର ସମ୍ଭାବନା ରହିଛି। କଚେରି ମାମଲାର ଶୁଣାଣି ବିଳମ୍ବ ହେବାରୁ ଦୁଶ୍ଚିନ୍ତା ବଢିଯିବ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :