• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th July 2024: ଏହି ରାଶିର ବ୍ୟକ୍ତି ହେବେ ଖୁବ୍‌ ଲାଭବାନ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଦିବା ୦୮.୪୨ ଗତେ ତୁଳା । ତିଥି- ୮ମୀ ସନ୍ଧ୍ୟା ୦୫.୨୬ ଗତେ ୯ମୀ । ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୮.୪୨ ପର୍ଯ୍ୟନ୍ତ । ଘାତବାର- ମେଷ ରାଶିର ।

Gemini

ମିଥୁନ

Sunday 14 Jul 2024

ମୃଗଶିରା- ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ସହକର୍ମୀଙ୍କ ଆନୁଗତ୍ୟ ଫଳରେ କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର‌୍ୟ୍ୟ କରିବାରେ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ ।

ଆଦ୍ରା- ପରିବାରର ସହମତିରେ ନୂତନ କର୍ମାରମ୍ଭ  କରିପାରନ୍ତି। କର୍ମକ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ସାହିତ୍ୟ, ସାମ୍ବାଦିକତା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବ।
ପୁନର୍ବସୁ- ଜମିଜମା କାରବାର କିମ୍ବା ରେଜିଷ୍ଟ୍ରେସନ ସମ୍ପର୍କୀୟ ସମସ୍ୟାକୁ ନେଇ ବିବ୍ରତ ରହିପାରନ୍ତି । କ୍ରୀଡା, କଳା, କାରିଗରୀ, ପ୍ରଭୃତି କ୍ଷେତ୍ରର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। 

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର-ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ