ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ରାତ୍ରି ୧୦.୪୧ ଗତେ ବୃଷ , ତିଥ- ୫ମୀ ରାତ୍ରି ୧୧.୨୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୧୦.୪୧ ଗତେ ବିଛା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ଦିବା ୦୪.୫୫ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ଉ,ଷାଢା- ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । କର୍ତୁପକ୍ଷ ଆପଣଙ୍କ ଦରମାକୁ ବୃଦ୍ଧି କରିବା ପାଇଁ ନିଷ୍ପତି ନେଇ ପାରନ୍ତି । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ
ଶ୍ରବଣା- ସମ୍ମାନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ । ଆପଣ ଏକ ନୂତନ କାର୍ୟ୍ୟ ଆରମ୍ଭ କରିବେ । ଉଚ୍ଚଶିକ୍ଷାକୁ ପ୍ରାଥମିକତା ଦେବେ । ଆପଣଙ୍କର ଆୟ ବୃଦ୍ଧି କରିବାର ଅନେକ ସମ୍ଭାବନା ରହିଛି
ଧନିଷ୍ଠା- ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮