ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।
ପୁନର୍ବସୁ- ସୁସ୍ଥତା ପ୍ରକାଶ ପାଇବ। ଅଭାବ ହେତୁ ପରିବାରରେ କଳହ ଦେଖାଦେବ। ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ। କର୍ମ କ୍ଷେତ୍ରରେ କୌଣସି ବ୍ୟକ୍ତି କାମ ହାସଲ ସକାଶେ ଆପଣଙ୍କୁ ଅସ୍ତ୍ର ରୂପେ ବ୍ୟବହାର କରିବାକୁ ଚେଷ୍ଟା କରିବେ । ପୁଷ୍ୟା- କର୍ମକ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ। ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି । କୈାଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଅଶ୍ଲେଷା- ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ସମ୍ପତ୍ତି ବିକ୍ରୟ ବେଳେ ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି।
ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨
ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।