ସୈାର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୧୩ଶୀ ଦିବା ୦୯.୪୩ ଗତେ ୧୪ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର ,ପୁଷ୍କର ଦୋଷ- ନାସ୍ତି ।
ଅଶ୍ୱନୀ- ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । ଭାତୃ ସଂପର୍କରେ ଉନ୍ନତି ଘଟିବ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ
ଦ୍ୱିଜା- ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ ।
କୃତିକା- ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।
ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯