ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ ଅହୋରାତ୍ର, ତିଥି – ଅମାବାସ୍ୟା ଅହୋରାତ୍ର, ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ନିଶାନ୍ତ ୦୪.୫୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ
ଧନିଷ୍ଠା - କଠିନ ଶ୍ରମ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଆଜିର କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ ।
ଶତଭିଷା - ପାରିବାରିକ ଜୀବନରେ ଉଚିତ ବୁଝାମଣା ରହିବ । କଞ୍ଚାମାଲର ଅଭାବ କାରଣରୁ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ । ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ ।
ପୂ, ଭାଦ୍ରପଦ - ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ବିଶେଷ ଭ୍ରମଣ ସ୍ୱାସ୍ଥ୍ୟ ହାନୀର କାରଣ ହୋଇପାରେ । ବନ୍ଧୁଙ୍କ ସହାୟତାରେ ଗତକାଲିର ସମସ୍ୟା ଆଜି ସମାଧାନ ହୋଇଯିବ ।
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮