ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ ଅହୋରାତ୍ର, ତିଥି – ଅମାବାସ୍ୟା ଅହୋରାତ୍ର, ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ନିଶାନ୍ତ ୦୪.୫୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ
ମୃଗଶିରା - କାର୍ଯ୍ୟବ୍ୟସ୍ତତା ଓ ମାନସିକ ଚାପ ବୃଦ୍ଧି ପାଇବା କାରଣରୁ ମନ ଅଶାନ୍ତ ରହିବ । ସମୟାନ୍ତରେ ଆକସ୍ମିକ ଭାବରେ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ପରିବାରେ ମନୋମାଳିନ୍ୟ ଓ ଆର୍ଥିକ ସଂଙ୍କଟ ଦୂରେଇଯିବ ।
ଆଦ୍ରା - ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ନିଜ ଲୋକଙ୍କ ଅନାଦର ଭାବ ମନକୁ ସାମୟିକ ବ୍ୟଥିତ କରିପାରେ ।
ପୁନର୍ବସୁ - ପ୍ରତ୍ୟେକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବା କାରଣରୁ ଠିକ୍ ନିଷ୍ପତ୍ତି ନେବା ସହଜସାଧ୍ୟ ନ ହୋଇପାରେ । ଅର୍ଥନୈତିକ, ପ୍ରଶାସନିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ ।
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫