• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୪୧ ଗତେ ୧୨ଶୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ବିଛା, ସିଂହ ଓ କନ୍ୟା ।

Pisces

ମୀନ

Saturday 14 Sep 2024

ପୂ, ଭାଦ୍ରପଦ- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ପ୍ରେମ ସମ୍ପର୍କକୁ ଦୃଢ କରିବେ ।

ଉ, ଭାଦ୍ରପଦ- ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ । ବିଦ୍ୟାର୍ଥୀ  କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।

ରେବତୀ- ମହିଳା ମାନେ ସୁଖଭାଗିନୀ ହେବେ । କର୍ତୁପକ୍ଷ ଆପଣଙ୍କୁ କୌଣସି ବଡ଼ ଦାୟିତ୍ୱ ଦେବେ । କୌଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର - ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ