• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୪୧ ଗତେ ୧୨ଶୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ବିଛା, ସିଂହ ଓ କନ୍ୟା ।

Leo

ସିଂହ

Saturday 14 Sep 2024

ମଘା- ସ୍ୱାସ୍ଥ୍ୟ  କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।  କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ ।

ପୂ, ଫାଲଗୁନୀ - ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି । 

ଉ, ଫାଲଗୁନୀ-ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କ୍ରିଡା, ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।

ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର-ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ