• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୪୧ ଗତେ ୧୨ଶୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ବିଛା, ସିଂହ ଓ କନ୍ୟା ।

Virgo

କନ୍ୟା

Saturday 14 Sep 2024

ଉ- ଫାଲ୍‌ଗୁନୀ- ଗମନାଗମନ ସମୟରେ ଭୂତାଣୁ ସଂକ୍ରମଣ ହୋଇପାରେ ସେଥିପ୍ରତି ସତର୍କ ରୁହନ୍ତୁ । ପରିବାରରେ ସମ୍ପତିକୁ ନେଇ ବିବାଦ ଉପୁଜିଲେ ବି ଆପସ ବୁଝାବଣା ମାଧ୍ୟମରେ ସମସ୍ୟାର ସମାଧାନ ହୋଇଯିବ ।

ହସ୍ତା- ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ। ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କଠାରୁ ଭଲ ପରାମର୍ଶ ମିଳିବ ।

ଚିତ୍ରା- କଳକାରଖାନା ବ୍ୟବସାୟରେ ଉନ୍ନତି ଘଟିବ । କଠିନ ଶ୍ରମ ଓ ଦୂରଦର୍ଶିତା ସଫଳତାର ପୃଷ୍ଟ ହୋଇପାରେ । କୋର୍ଟ କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ ।

ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା - ୫

ପ୍ରତିକାର -ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ