• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୪୧ ଗତେ ୧୨ଶୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ବିଛା, ସିଂହ ଓ କନ୍ୟା ।

Libra

ତୁଳା

Saturday 14 Sep 2024

ଚିତ୍ରା - ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ ।  ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ । 

ସ୍ୱାତୀ - ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।

ବିଶାଖା - ଉପରିସ୍ଥ କର୍ମଚାରୀ ମାନଙ୍କ  ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । 

ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର - ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ