• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୪୧ ଗତେ ୧୨ଶୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ବିଛା, ସିଂହ ଓ କନ୍ୟା ।

Sagittarius

ଧନୁ

Saturday 14 Sep 2024

ମୂଳା - ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । 

ପୂ, ଷାଢା -ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । 

ଉ, ଷାଢା - ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ ।

ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର - ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ