• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15 September 2023: ଏହି ରାଶିର ବ୍ୟକ୍ତି ଆଜି ବିଶ୍ୱାସ ଘାତର ଶିକାର ହୋଇପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଦିବା ୧୧.୩୫ ଗତେ କନ୍ୟା । ତିଥି- ଅମାବାସ୍ୟା (ମଳ) ପ୍ରାତଃ ୦୭.୦୯ ଗତେ ପ୍ରତିପଦ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୩୫ ଗତେ ବୃଷ । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Taurus

ବୃଷ

Friday 15 Sep 2023

କୃତିକା- ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ ଏବଂ ସନ୍ତାନଙ୍କ ପାଇଁ ଚିନ୍ତାଗ୍ରସ୍ତ ରହିବେ । ଆଶା କରୁଥିବା କାମରେ ଟିକେ ଡେରିରେ ସଫଳତା ପାଇବେ । ନିଷ୍ପତି ମୂଳକ କାର୍ଯ୍ୟରେ ଆଗପଛ ହୋଇପାରନ୍ତି ।

ରୋହିଣୀ- ବିଦ୍ୟାର୍ଥୀ ମାନଙ୍କ ପାଇଁ ସମୟ ଲାଭପ୍ରଦ ରହିବ । ରାଜନୀତିରେ ବରିଷ୍ଠ ବ୍ୟକ୍ତଙ୍କ ସହିତ ସୁସମ୍ପର୍କ ସ୍ଥାପନ ହେବ । ଧର୍ମ କାର୍ଯ୍ୟ ରେ ଯୋଗ ଦେଇ ଦେବ ଦର୍ଶଣ କରିବେ ।

ମୃଗଶିରା- ବାଧାନିଘ୍ନକୁ ଅତିକ୍ରମ କରି ଆଗକୁ ବଢିବାର ଯୋଜନା ସଫଳ ହେବ । କୋଟ୍ କଚେରୀ ମାମଲାର ଫଇସଲା ଆପଣଙ୍କ ପକ୍ଷରେ ରହିବ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :