ସୌର ଧନୁ ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର । ଚନ୍ଦ୍ର-ବୃଷ ଦିବା ୦୩.୦୪ଗତେ ମିଥୁନ,ତିଥି-ପୂର୍ଣ୍ଣିମା ଦିବା ୦୨.୩୧ଗତେ ପ୍ରତିପଦ, ଘାତଚନ୍ଦ୍ର- ବିଛା ରାଶିର, ଦିବା ୦୩.୦୪ ଗତେ କନ୍ୟା ରାଶିର,ଘାତବାର-ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
ପୁନର୍ବସୁ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାର୍ୟ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ
ପୁଷ୍ୟା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି
ଅଶ୍ଲେଷା- ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ପରିବହନ , ବାଣିଜ୍ୟରେ ଆଶିଂକ ମନ୍ଦା ଦେଖାଦେବ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ
ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨