• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Feb 2024: ଏହି ରାଶିର ବ୍ୟକ୍ତି ଖୁବ୍‌ ଲାଭ ବାନ ହେବେ, ପ୍ରେମ ସମ୍ପର୍କ ନିବିଡ଼ ହେବ

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୫ ତାରିଖ  ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି- ୬ଷ୍ଠୀ  ଦିବା ୧୦.୧୩ ଗତେ ୭ମୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Aquarius

କୁମ୍ଭ

Thursday 15 Feb 2024

ଧନିଷ୍ଠା- ପାରିବାରିକ ସମସ୍ୟାକୁ ସମାଧାନ କରିବା ପାଇଁ ଚେଷ୍ଟିତ ହେବେ । କର୍ତ୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ ।

ଶତଭିଷା- ବ୍ୟାବସାୟ  କ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ୍ ଠକାମିରେ ପଡିବେ । ଛାତ୍ରଛାତ୍ରମାନେ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । କର୍ମକ୍ଷେତ୍ରରେ ସତ୍ୟ କହି ବିବାଦର ଶିକାର ହୋଇପାରନ୍ତି । 

ପୂ, ଭାଦ୍ରପଦ- ଦୂର ଯାତ୍ରାକୁ ଭ୍ରମଣ କରିପାରନ୍ତି । ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବାର ଆଶା ରହିଛି । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିପାରନ୍ତି ।

ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର- ଶନିଦେବଙ୍କ ଗାୟତ୍ରୀ ମନ୍ତ୍ରକୁ ପାଠ କରନ୍ତୁ