• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Feb 2024: ଏହି ରାଶିର ବ୍ୟକ୍ତି ଖୁବ୍‌ ଲାଭ ବାନ ହେବେ, ପ୍ରେମ ସମ୍ପର୍କ ନିବିଡ଼ ହେବ

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୫ ତାରିଖ  ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି- ୬ଷ୍ଠୀ  ଦିବା ୧୦.୧୩ ଗତେ ୭ମୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Gemini

ମିଥୁନ

Thursday 15 Feb 2024

ମୃଗଶିରା- ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରିୟତମଙ୍କ ସହିତ ସମ୍ବନ୍ଧ ଭଲ ରହିବ । 

ଆଦ୍ରା- ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ ।

ପୁନର୍ବସୁ- କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର-ମା ବିରଜାଙ୍କର ଆରଧନା କରନ୍ତୁ