ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୫ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି- ୬ଷ୍ଠୀ ଦିବା ୧୦.୧୩ ଗତେ ୭ମୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।
ମଘା- ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ ।
ପୂ, ଫାଲଗୁନି- ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ । ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ନୂଆ ଉଦ୍ୟୋଗି ଗଢିବା ପାଇଁ ଭାବିବେ ।
ଉ, ଫାଲଗୁନି- ରାଜନିତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ