ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୫ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି- ୬ଷ୍ଠୀ ଦିବା ୧୦.୧୩ ଗତେ ୭ମୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।
ବିଶାଖା- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ ।
ଅନୁରାଧା- ପିତାମାତା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ବହୁ ଦିନର ମନସ୍କାମନା ପୂରଣ ହେବ ।
ଜ୍ୟେଷ୍ଠା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ବହୁତ ଦିନରୁ ପାଇବାକୁ ଆଶା ରଖିଥିବା ପ୍ରାପ୍ୟ ନ ପାଇ ନିରାଶ ହୋଇପାରନ୍ତି । ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ