ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ଶୁକ୍ରବାର। ଚନ୍ଦ୍ର- ବୃଷ ଅହୋରାତ୍ର, ତିଥି- ୬ଷ୍ଠୀ ରାତ୍ରି ୧୦.୦୯ ଗତେ ୭ମୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତବାର- ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୦୮ ପର୍ଯ୍ୟନ୍ତ, ରାତ୍ରି ୧୦.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ
ଧନିଷ୍ଠା- ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ଶାରୀରିକ ଅସୁସ୍ଥତା ସୃଷ୍ଟି ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବା ସହ ଆଶା ଆଶ୍ୱାସନା ଲାଭ କରିବେ ।
ଶତଭିଷା- ପରୋକ୍ଷ ଶତୃତା ଲାଗି ରହି ପାରେ ସେଥିପ୍ରତି ସତର୍କ ରୁହନ୍ତୁ । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ । ରାଜନିତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ହାତ ମିଶାଇବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡିପାରନ୍ତି ।
ପୂ,ଭାଦ୍ରପଦ- ଭବିଷ୍ୟକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଂଶସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ ।
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨