ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ଶୁକ୍ରବାର। ଚନ୍ଦ୍ର- ବୃଷ ଅହୋରାତ୍ର, ତିଥି- ୬ଷ୍ଠୀ ରାତ୍ରି ୧୦.୦୯ ଗତେ ୭ମୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତବାର- ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୦୮ ପର୍ଯ୍ୟନ୍ତ, ରାତ୍ରି ୧୦.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ
ପୂ,ଭାଦ୍ରପଦ- ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ ।
ଉ,ଭାଦ୍ରପଦ- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକ୍ଠାକ ହୋଇଯିବ । ନୂତନ କାର୍ଯ୍ୟ ଆରମ୍ଭ କରି, ତାହା ଶେଷ କରିବାରେ ସମର୍ଥ ହେବେ ।
ରେବତୀ- ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ । ଆଇନ୍ ଅଦାଲତ ଥିବା ଦୁଶ୍ଚିନ୍ତା ଦୂର ହୋଇପାରେ ।
ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ ।
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧