ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ଶୁକ୍ରବାର। ଚନ୍ଦ୍ର- ବୃଷ ଅହୋରାତ୍ର, ତିଥି- ୬ଷ୍ଠୀ ରାତ୍ରି ୧୦.୦୯ ଗତେ ୭ମୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତବାର- ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୦୮ ପର୍ଯ୍ୟନ୍ତ, ରାତ୍ରି ୧୦.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ
ପୁନର୍ବସୁ- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । ପାରିବାରିକ କ୍ଷେତ୍ରରେ ବୁଝାବଣା ଠିକ୍ ରହିବ ।
ପୁଷ୍ୟା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି । କୌଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ।
ଅଶ୍ଲେଷା- ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଧାର ଦେବା ନେବାରେ ନିବୃତ ରୁହନ୍ତୁ।
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩