ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ଶୁକ୍ରବାର। ଚନ୍ଦ୍ର- ବୃଷ ଅହୋରାତ୍ର, ତିଥି- ୬ଷ୍ଠୀ ରାତ୍ରି ୧୦.୦୯ ଗତେ ୭ମୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତବାର- ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୦୮ ପର୍ଯ୍ୟନ୍ତ, ରାତ୍ରି ୧୦.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ
ଚିତ୍ରା- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ।
ସ୍ୱାତୀ- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟବ୍ୟସ୍ତ ରହିବେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ।
ବିଶାଖା- ଜମି ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ । ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ।
ପ୍ରତିକାର- ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩