ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ଶୁକ୍ରବାର। ଚନ୍ଦ୍ର- ବୃଷ ଅହୋରାତ୍ର, ତିଥି- ୬ଷ୍ଠୀ ରାତ୍ରି ୧୦.୦୯ ଗତେ ୭ମୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତବାର- ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୦୮ ପର୍ଯ୍ୟନ୍ତ, ରାତ୍ରି ୧୦.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ
ମୂଳା- କର୍ମଜୀବି ମାନେ ଅତ୍ୟନ୍ତ ସଫଳତା ପାଇବେ । ଘରକୁ ଆସିଥିବା ବନ୍ଧୁଙ୍କ ପାଇଁ ଖୁସି ରହିବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।
ପୂ,ଷାଢା- ଅଚିହ୍ନା ଲୋକଙ୍କ ଠାରୁ ସାହାର୍ଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।
ଉ,ଷାଢା- ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ ।
ପ୍ରତିକାର – ମା କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬