• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଦିବା ୦୩.୨୫ ଗତେ ସିଂହ, ତିଥି-୮ମୀ ଅହୋରାତ୍ର,ଘାତଚନ୍ଦ୍ର- ଦିବା ୦୩.୨୫ ଗତେ କର୍କଟ ଓ ମକର ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Scorpio

ବିଛା

Wednesday 15 May 2024

ବିଶାଖା- ଶରୀରର ଯନ୍ତ୍ରଣା, ମୂତ୍ରାଶୟ ସଂକ୍ରମଣ ଏବଂ ଅନ୍ୟାନ୍ୟ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ମଧ୍ୟ ଆପଣଙ୍କୁ ହଇରାଣ କରିପାରେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ । କାରବାର ବିସ୍ତାର କରିବା ପାଇଁ ଅଧିକ ପରିଶ୍ରମ କରିବାକୁ ପଡିବ

ଅନୁରାଧା- ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ଭାଇଭଉଣୀମାନେ ଆପଣଙ୍କ ସହ ରହିବା ସହିତ , ପ୍ରେମ ବଢ଼ିବ ଏବଂ ପରସ୍ପର ପ୍ରତି ଉତ୍ସର୍ଗୀକୃତ ଭାବନା ସୃଷ୍ଟି ହେବ ।

ଜ୍ୟୋଷ୍ଠା- ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ରାଜନେତାଙ୍କ ସାହାର‌୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ଜମିକୁ ନେଇ ଲାଗି ରହିଥିବା ମତାନ୍ତର ଦୂର ହୋଇଯିବ

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :