• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th October 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମରେ ପଡିବ ଫାଟ, ସତର୍କ ରୁହନ୍ତୁ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଦିବା ୦୪.୪୮ ଗତେ ମୀନ ତିଥି- ୧୩ଶୀ ରାତ୍ରି ୧୨.୧୯ ଗତେ ୧୪ଶୀ, ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ଦିବା ୦୪.୪୮ ଗତେ ଧନୁ ରାଶିର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୭ ଗତେ ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Tuesday 15 Oct 2024

ଚିତ୍ରା- ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ

ସ୍ୱାତୀ-ପିଲାଙ୍କ କୃତିତ୍ୱ ସକାଶେ ଗର୍ବ ଅନୁଭବ କରିବେ । ଖଳଲୋକଙ୍କ ଦ୍ୱାରା କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।

ବିଶାଖା- ସତର୍କତା ଅଭାବରୁ କିମ୍ବା ଅସାବଧାନତା ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ । ଆନୁଷ୍ଠାନିକ କର୍ମ ସମ୍ପର୍କିତ ଆଲୋଚନାରେ ଟେନ୍‌ସନ କମିଯିବ ।

ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :