କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୪ର୍ଥୀ ରାତ୍ରି ୦୨.୧୬ ଗତେ ୫ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
ମଘା- ପରିବାରରେ ସୁଖଶାନ୍ତି ଫେରିଆସିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।
ପୂ,ଫାଲଗୁନି- ବିଦ୍ୟାର୍ଥୀ ମାନଙ୍କ ପାଇଁ ସମୟ ଲାଭପ୍ରଦ ରହିବ । ରାଜନୀତିରେ ବରିଷ୍ଠ ବ୍ୟକ୍ତି ଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ଧର୍ମ କାର୍ଯ୍ୟ ରେ ଯୋଗ ଦେଇ ଦେବ ଦର୍ଶନ କରିବେ ।
ଉ,ଫାଲଗୁନି- ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ
ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧