• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର- ତୁଳା ରାତ୍ରି ୦୭.୫୧ ଗତେ ବିଛା, ତିଥି- ୧୦ମୀ ରାତ୍ରୀ ୦୮.୩୪ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୨.୧୨ ଗତେ ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Tuesday 16 Jul 2024

ପୁନର୍ବସୁ- ପରିବାରରେ ଘଟିଯାଇଥିବା କେତେକ ଅତୀତ ଘଟଣାକୁ ସ୍ମରଣ କରି ଅନୁତାପ କରିବେ । ଗତକାଲିର ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ । ସ୍ୱାସ୍ଥ୍ୟ ପ୍ରତି ଅବହେଳା ନ କରି ସାବଧାନତା ଅବଲମ୍ବନ କରନ୍ତୁ ।

ପୁଷ୍ୟା- ସହକର୍ମୀଙ୍କ ସାହାଯ୍ୟରେ ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି, ଯାହାକି ଆଗାମୀ ସମୟ ପାଇଁ କାମରେ ଆସିବ। ପାରିବାରିକ, ବ୍ୟବସାୟିକ, ସାମାଜିକ, ରାଜନୈତିକ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।

ଅଶ୍ଲେଷା- ପିଲା ମାନଙ୍କ କଳହକୁ କେନ୍ଦ୍ରକରି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଦୂରଯାତ୍ରା କରିବାକୁ ପଡ଼ିପାରେ । ବନ୍ଧୁମାନଙ୍କ ନିକଟରୁ ଶୁଣାକଥାକୁ ବିଶ୍ୱାସକରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି

ପ୍ରତିକାର – ବରଗଛ ମୂଳେ ଦୀପଟିଏ ଜାଳନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :