ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଗୁରୁବାର ଚନ୍ଦ୍ର – ଧନୁ ଅହୋରାତ୍ର ,ତିଥି – ୯ମୀ ଦିବା ୦୪.୩୯ ଗତେ ୧୦ମୀ,ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଅହୋରାତ୍ର ,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନିଶାନ୍ତ ୦୪.୪୬ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ
ମୃଗଶିରା- ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ୟ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ । ପର୍ୟ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି
ଆଦ୍ରା- ବିବାହ ଆଦି ଶୁଭ କାର୍ୟ୍ୟରେ ଯୋଗ ଦେଇ ମନ ଖୁସି ରହିବ । ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିଯୋଜିତ କରିପାରନ୍ତି । ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ଛାତ୍ରମାନେ ପଢାରେ ସାହାର୍ୟ୍ୟ ପାଇବେ
ପୁନର୍ବସୁ- ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ । ବାହ୍ୟ ଶତୃ ମାନଙ୍କଠାରୁ ଦୂରେଇ ରହିବା ଭଲ
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫