• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th March 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରିରେ ପ୍ରାଧାନ୍ୟ ମିଳିବ ଓ ପ୍ରଶଂସିତ ହେବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଗୁରୁବାର ଚନ୍ଦ୍ର – ଧନୁ ଅହୋରାତ୍ର ,ତିଥି – ୯ମୀ ଦିବା ୦୪.୩୯ ଗତେ ୧୦ମୀ,ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଅହୋରାତ୍ର ,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନିଶାନ୍ତ ୦୪.୪୬ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Sagittarius

ଧନୁ

Thursday 16 Mar 2023

ମୂଳା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ

ପୂ, ଷାଢା- ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । କୈାଣସି କାରଣରୁ ମନ ଭଲ ରହିବ ନାହିଁ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ

ଉ, ଷାଢା- ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ବ୍ୟବସାୟ ତଥା ପରିବହନରେ ସଫଳତା ମିଳିବ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :