ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ଶନିବାର । ଚନ୍ଦ୍ର- ବୃଷ ରାତ୍ରି ୦୪.୨୧ ଗତେ ମିଥୁନ,ତିôଥ- ୭ମୀ ରାତ୍ରି ୦୯.୩୮ ଗତେ ୮ମୀ,ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୪.୨୧ ଗତେ କନ୍ୟା ରାଶିର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୯.୩୮ ଗତେ ୧ ପାଦ-କୃଷିହାନି-ଭୂମିଦାନ ।
ଧନିଷ୍ଠା- ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଦୂର ଯାତ୍ରା କରିବା ପାଇଁ ମନ ବଳାଇବେ
ଶତଭିଷା- ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ । ଆପଣ ଚାହୁଁଥିବା କାର୍ଯ୍ୟଗୁଡିକୁ ଆପଣ ସମ୍ପୂର୍ଣ୍ଣ କରିବାକୁ ସମର୍ଥ ହେବେ ।
ପୂ,ଭାଦ୍ରପଦ- ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ
ପ୍ରତିକାର- ଦକ୍ଷିଣ କାଳୀଙ୍କ ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮