ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ଶନିବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୮ମୀ ଦିବା ୦୮.୧୬ ଗତେ ୯ମୀ । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୭ ଗତେ ୧ ପାଦ-କୃଷିହାନି-ଭୂମିଦାନ ।
ମୃଗଶିରା- ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡ଼ରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।
ଆଦ୍ରା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ।
ପୁନର୍ବସୁ- ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇପାରନ୍ତି । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।
ପ୍ରତିକାର- ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫