ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ଶନିବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୮ମୀ ଦିବା ୦୮.୧୬ ଗତେ ୯ମୀ । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୭ ଗତେ ୧ ପାଦ-କୃଷିହାନି-ଭୂମିଦାନ ।
ମୂଳା- ବ୍ୟବସାୟୀମାନେ ଧୈର୍ଯ୍ୟ ସହିତ ସେମାନଙ୍କର କାର୍ଯ୍ୟ କରିବା ଆବଶ୍ୟକ । ନିଜ କାର୍ଯ୍ୟରେ କିଛି ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି ତେବେ ଏହି ସମୟ ଲାଭଦାୟକ ହେବ । ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।
ପୂ,ଷାଢା- ସମ୍ପର୍କୀୟ ବନ୍ଧୁଙ୍କ ସାହାର୍ଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।
ଉ,ଷାଢା- ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ ।
ପ୍ରତିକାର- ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩