• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନପ୍ରାପ୍ତିର ଯୋଗ...

ସୌର ଧନୁମାସ  ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ  ରବିବାର । ଚନ୍ଦ୍ର- ମକର ଦିବା ୦୩.୪୪ ଗତେ କୁମ୍ଭ । ତିଥି- ୫ମୀ ସନ୍ଧ୍ୟା ୦୫.୩୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୩.୪୪ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।

Pisces

ମୀନ

Sunday 17 Dec 2023

ପୂ, ଭାଦ୍ରପଦ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । କୌଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଆନନ୍ଦ ପାଇବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ । 

ଉ, ଭାଦ୍ରପଦ- ଅଫିସ୍ କାମରେ ବ୍ୟସ୍ତ ରହିବେ । ରାଜନିତିରେ କିଛି ବିଶେଃଷ କଥା ଆଲୋଚନା କରିବେ ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୌଣସି କାମରେ ଯଥେଷ୍ଟ ଲାଭ ହେବ ।

ରେବତୀ- ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର‌୍ୟ୍ୟ କ୍ଷେତ୍ରରେ ପରିବର୍ତନ ହେବ । ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ । 

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ