• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନପ୍ରାପ୍ତିର ଯୋଗ...

ସୌର ଧନୁମାସ  ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ  ରବିବାର । ଚନ୍ଦ୍ର- ମକର ଦିବା ୦୩.୪୪ ଗତେ କୁମ୍ଭ । ତିଥି- ୫ମୀ ସନ୍ଧ୍ୟା ୦୫.୩୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୩.୪୪ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।

Gemini

ମିଥୁନ

Sunday 17 Dec 2023

ମୃଗଶିରା- ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ଅସାବଧାନତା ପାଇଁ ଖାଦ୍ୟ ନଷ୍ଟ ହୋଇପାରେ । ଅନ୍ୟ ମାନେ ଆପଣଙ୍କର ଫାଇଦା ଉଠାଇବା ପାଇଁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ଦକ୍ଷତାକୁ ନେଇ ପ୍ରତିଷ୍ଠା ଓ ପ୍ରଶଂସା ପାଇବେ । 

ଆଦ୍ରା- ନୂଆ ଯାନବାହନ କିଣିବାର ଆଶା ପୂରଣ ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ପୁନର୍ବସୁ- ଛାତ୍ର, ଛାତ୍ରୀ ମାନେ ସ୍ୱାଭିମାନୀ ହେବେ ।  ଅବହେଳା କରିଥିବା କାର‌୍ୟ୍ୟ ପାଇଁ ଅନୁତାପ କରିବେ । ସତ୍ କର୍ମରେ ବ୍ରତୀ ହୋଇ ପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର - ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।