• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନପ୍ରାପ୍ତିର ଯୋଗ...

ସୌର ଧନୁମାସ  ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ  ରବିବାର । ଚନ୍ଦ୍ର- ମକର ଦିବା ୦୩.୪୪ ଗତେ କୁମ୍ଭ । ତିଥି- ୫ମୀ ସନ୍ଧ୍ୟା ୦୫.୩୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୩.୪୪ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।

Cancer

କର୍କଟ

Sunday 17 Dec 2023

ପୁନର୍ବସୁ- ଘରେ କୈାଣସି ଧାର୍ମିକ କାର‌୍ୟ୍ୟର ରୂପରେଖ ତିଆରି କରି ପାରନ୍ତି । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । କୈାଣସି ଅସୁବିଧା ନଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଗୁଡାଏ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ । 

ପୁଷ୍ୟା- କର୍ମ କ୍ଷେତ୍ରରେ  ଶତୃତା ବୃଦ୍ଧି  ହୋଇପାରେ । ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତାଇବେ । ଭାବନା  ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଅଶେଷ ସୁଖ ଲାଭ କରିବେ । 

ଅଶ୍ଲେଷା- ଜମିଜମା କାରବାରରେ ଠକାମୀରେ ପଡିବେ ।  ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ବିଶ୍ୱାସୀ ଲୋକ ମାନେ ଧୋକା ଦେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ ।

ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର-ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।