• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନପ୍ରାପ୍ତିର ଯୋଗ...

ସୌର ଧନୁମାସ  ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ  ରବିବାର । ଚନ୍ଦ୍ର- ମକର ଦିବା ୦୩.୪୪ ଗତେ କୁମ୍ଭ । ତିଥି- ୫ମୀ ସନ୍ଧ୍ୟା ୦୫.୩୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୩.୪୪ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।

Sagittarius

ଧନୁ

Sunday 17 Dec 2023

ମୂଳା- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ ।

ପୂ,ଷାଢା- ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିରେ ସୁଯୋଗ ପାଇବେ । ସନ୍ଧ୍ୟା ସୁଧା ଭଲ ଖବର ପାଇବେ । ସାମାଜିକ କାର‌୍ୟ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ ।

ଉ, ଷାଢା- ସହକର୍ମୀ ମାନଙ୍କ ସହିତ ମନୋ ମାଳିନି ଘଟିପାରେ । ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଅଜଣା ବ୍ୟକ୍ତିଙ୍କ ସହଯୋଗରୁ  ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର- ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ