• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର, ତିଥି – ଅମାବାସ୍ୟା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୦.୩୨ ପର୍ଯ୍ୟନ୍ତ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ନିଶାନ୍ତ ୦୫.୧୧ ପର୍ଯ୍ୟନ୍ତ

Libra

ତୁଳା

Monday 17 Jul 2023

ଚିତ୍ରା - ଅନ୍ୟର ସାହାଯ୍ୟ ସମର୍ଥନରେ ଲକ୍ଷହାସଲ କରିପାରିବେ । ଦୂର୍ଘଟଣାର ସମ୍ଭାବନା ଅଛି, ସତର୍କ ରୁହନ୍ତୁ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ।

ସ୍ୱାତୀ - କାରବାରରେ ସଫଳତା ପାଇବେ । ଲେଖାପଢା ପ୍ରତି ଆଗ୍ରହ ରୁଚି ବଢିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ମହିଳାମାନେ ସରକାରୀ ଚାକିରିର ସୁଯୋଗ ପାଇବେ ।

ବିଶାଖା - ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇପାରନ୍ତି ।

ପ୍ରତିକାର – ପର୍ଶୁରାମଙ୍କର ଫଟୋକୁ ପୂଜା କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :