• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2023: ଏହି ରାଶିର ବ୍ୟକ୍ତି ଆଜି ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇପାରନ୍ତି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର । ଚନ୍ଦ୍ର – ଧନୁ ଦିବା ୧୦.୧୭ ଗତେ ମକର,ତିଥି – ୧୦ ମୀ ଦିବା ୦୨.୦୭ ଗତେ ୧୧ଶୀ,ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୧୦.୧୭ ଗତେ ସିଂହ,ଘାତ ବାର- ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୨.୪୫ ପର୍ଯ୍ୟନ୍ତ

Capricorn

ମକର

Friday 17 Mar 2023

ଉ, ଷାଢା- ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ । ସହକର୍ମୀଙ୍କ ଅସଂଯତ କାର‌୍ୟ୍ୟକଳାପ ସମସ୍ୟାକୁ ବଢାଇ ଦେଇପାରେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି

ଶ୍ରବଣା- ରାଜନିତି କ୍ଷେତ୍ରରେ ପ୍ରତିଷ୍ଠିତ ହେବେ । ବ୍ୟବସାୟରେ ପରିବାର ଲୋକଙ୍କ ସହଯୋଗ ପାଇବେ । ଶିକ୍ଷାର୍ଥୀ ମାନେ ଶିକ୍ଷାରେ ଏକାଗ୍ରତା ରକ୍ଷା କରିବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ

ଧନିଷ୍ଠା- କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ଜମିବାଡି ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କରିଲେ ଅପେକ୍ଷାକୃତ ସଫଳତା ପାଇ ପାରନ୍ତି

ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :