Daily Horoscope 17th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର ।ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୧୪ଶୀ ଦିବା ୧୧.୪୪ ଗତେ ପୂର୍ଣ୍ଣିମା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୧.୫୨ ଗତେ ୨ ପାଦ- କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Aries

ମେଷ

Tuesday 17 Sep 2024

ଅଶ୍ୱନୀ- ଅନେକାଂଶରେ ସ୍ୱାସ୍ଥ୍ୟ ସମସ୍ୟା ଦୂରିଭୂତ ହେବା ସହିତ ଶାରୀରିକ ସୁସ୍ଥତା ଫେରି ପାଇବେ । ବ୍ୟବସାୟ ଅତି ଦ୍ରୁତ ଗତିରେ ବୃଦ୍ଧି ପାଇବ । ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ

ଦ୍ୱିଜା- ଅବିବାହିତ ଯୁବକ ଯୁବତୀ ମାନେ ନିଜ ମନ ପସନ୍ଦର ଜୀବନ ସାଥୀ ଚୟନ କରିବେ । ସଞ୍ଚତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି । ସଫଳତା ଶୀର୍ଷରେ ପହଞ୍ଚାଇବା ପାଇଁ ସଂଘର୍ଷ ଜାରି ରଖିବେ ।

କୃତିକା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ଜମିଜମା କାରବାରରେ ଉପକୃତ ହେବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି ।

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :