• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ଲାଭ ସହିତ ସମ୍ପତ୍ତି ବୃଦ୍ଧି ହେବ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୬ଷ୍ଠୀ ଦିବା ୦୩.୧୪ ଗତେ ୭ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶି । ପୁଷ୍କର ଦୋଷ- ଦିବା ୦୩.୧୪ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୨ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Sagittarius

ଧନୁ

Monday 18 Dec 2023

ମୂଳା- ସ୍ୱାସ୍ଥ୍ୟ ସମସ୍ୟା ହ୍ରାସ ପାଇବ । ପାରିବାରିକ ସମସ୍ୟାର ଅନ୍ତ ଘଟିବ । ବିବାହରେ ଚାପ କମାଇବା ପାଇଁ ଆପଣ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ ଏବଂ ଆତ୍ମ ନିୟନ୍ତ୍ରଣ ବଜାୟ ରଖିବା ପାଇଁ କାର୍ଯ୍ୟ କରିବେ ।

ପୂ,ଷାଢା- ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ । ପିଲାମାନଙ୍କ ପାଠପଢାକୁ ନେଇ ଖୁସି ରହିବେ । ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ ।

ଉ,ଷାଢା- ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ ।

ପ୍ରତିକାର- ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :