• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th August 2023: ଖୁସି ଖବର ! ଏହି ସବୁ ରାଶିର ବ୍ୟକ୍ତିଙ୍କ ପାଇଁ ଖୁବ୍‌ ଭଲ ଦିନ.. ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତି ସ୍ୱଚ୍ଛଳ

ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି-୨ୟା ରାତ୍ରି ୦୮.୦୧ ଗତେ ୩ୟା । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତ ବାର-ବିଛା, ଧନୁ ଓ ମୀନ

Aquarius

କୁମ୍ଭ

Friday 18 Aug 2023

ଧନିଷ୍ଠା- ପାରିବାରିକ କ୍ଷେତ୍ରରେ ବିବାଦ ହେବା କାରଣରୁ ମାନସିକ ସ୍ଥିରତା ରକ୍ଷା କରିବା କଷ୍ଟକର ହେବ । ପୁରାତନ ସମସ୍ୟାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଯୋଗାଯୋଗ କଲେ ଉପକୃତ ହେବେ । ପୂର୍ବରୁ କରିଥିବା କରଜ ପରିଶୋଧ କରିବେ ।

ଶତଭିଷା- ଦାମ୍ପତ୍ୟ ଜୀବନରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ । ଗୃହସୀମା, ଜମିଜମାରେ ସମସ୍ୟାମୁକ୍ତ ରହିବେ । ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ ।

ପୂ, ଭାଦ୍ରପଦ- ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଧୈର୍ଯ୍ୟ ଧରି ରହିପାରିଲେ ଉପକୃତ ହେବେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର-ଗୋଟେ ନାସିଲଗା ପଇଡ଼କୁ ଭାସିଯାଉଥିବା ଜଳରେ ଭସେଇ ଦିଅନ୍ତୁ