ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି-୨ୟା ରାତ୍ରି ୦୮.୦୧ ଗତେ ୩ୟା । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତ ବାର-ବିଛା, ଧନୁ ଓ ମୀନ
ମୃଗଶିରା- କଠୋର ପରିଶ୍ରମ ଜନିତ ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମିଯିବ । ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ମଧୁମୟ କରିବ । ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ଼ ଜନିତ ସମସ୍ୟା ଦେଖାଦେଇପାରେ ।
ଆଦ୍ରା-ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ । ରାଜନୈତିକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।
ପୁନର୍ବସୁ- ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା ପ୍ରଭୃତି କ୍ଷେତ୍ରରେ ସମସ୍ୟାର ଆଶଙ୍କା ଦୂର ହୋଇଯିବ। ମହିଳା ମାନଙ୍କ ମାନସମ୍ମାନ ବୃଦ୍ଧି ପାଇବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ଜପ କରନ୍ତୁ