• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ (ମଳ) ପ୍ରାତଃ ୦୬.୨୫ ଗତେ ୧୨ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୬.୨୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୫୫ ଗତେ ୩ ପାଦ-କୃଷି , ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ

Gemini

ମିଥୁନ

Tuesday 18 Jun 2024

ମୃଗଶିରା- ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଅସାବଧାନତା ପାଇଁ ଖାଦ୍ୟ ନଷ୍ଟ ହୋଇପାରେ । ଅନ୍ୟ ମାନେ ଆପଣଙ୍କର ଫାଇଦା ଉଠାଇବା ପାଇଁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ଦକ୍ଷତାକୁ ନେଇ ପ୍ରତିଷ୍ଠା ଓ ପ୍ରଶଂସା ପାଇବେ ।

ଆଦ୍ରା- ନୂଆ ଯାନବାହନ କିଣିବାର ଆଶା ପୂରଣ ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ପୁନର୍ବସୁ- ଛାତ୍ରଛାତ୍ରୀ ମାନେ ସ୍ୱାଭିମାନୀ ହେବେ । ଅବହେଳା କରିଥିବା କାର୍ଯ୍ୟ ପାଇଁ ଅନୁତାପ କରିବେ । ସତ୍ କର୍ମରେ ବ୍ରତୀ ହୋଇ ପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର –ଦତ୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :