ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି- ୩ୟା ଦିବା ୧୨.୩୯ ଗତେ ୪ର୍ଥୀ, ଘାତ ଚନ୍ଦ୍ର - ନାସ୍ତି, ଘାତ ବାର –ମିଥୁନ, ପୁଷ୍କର ଦୋଷ - ନାସ୍ତି
ଚିତ୍ରା - ଯେମିତି ବିଚାର କରିଛନ୍ତି ସେହିପରି କାମ କରିଚାଲନ୍ତୁ ଆଶା ନିଶ୍ଚିତ ପୂରଣ ହୋଇପାରିବ । ସ୍ୱାସ୍ଥ୍ୟ ସମସ୍ୟା କେତେକାଂଶରେ ପ୍ରଗତିର ପଥରୋଧ କରିବ। ଆଗାମୀ ସମୟର କେତେକ ଅଧୁରା କାମକୁ ସୁଧାରି ନେବାର ଚେଷ୍ଟା କରିବେ ।
ସ୍ୱାତୀ - ବିବାଦୀୟ ଘଟଣାଠାରୁ ଦୂରେଇ ନ ରହିଲେ ନିଜ ଉପରକୁ ଝମେଲା ଆସିପାରେ । କର୍ମକ୍ଷେତ୍ରରେ ଟେନସନ୍ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯିବେ ।
ବିଶାଖା - ଆଇନ ଅଦାଲତରୁ ସୁଫଳ ପାଇବେ ଏବଂ ସମସ୍ୟା ସମାଧାନ ହୋଇଯିବ । ନିଜ ବୃଦ୍ଧି ବଳ ଓ ବାହୁ ବଳ ପ୍ରୟୋଗ କରି ଧନ ଅର୍ଜନ କରିପାରନ୍ତି । ଯାନବାହନ,ସଭସମିତି,ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।
ପ୍ରତିକାର - ଶ୍ରୀ ଗଜେନ୍ଦ୍ର ମୋକ୍ଷ ସ୍ତୋତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬