ସୈାର କୁମ୍ଭମାସ ମାଘ ଶୁକ୍ଳପକ୍ଷ। ଇଂରାଜୀ ୧୯ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ଅହୋରାତ୍ର, ତିଥି- ୧୦ ମୀ ଦିବା ୦୮.୫୦ ଗତେ ୧୧ଶୀ, ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି
ଅଶ୍ୱନୀ- ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଯୋଜନା ଆଣିବେ । ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ ।
ଦ୍ୱିଜା- ନିଜର ନୂତନ ଯୋଜନା ପାଇଁ ନିଜର ମାତା-ପିତାଙ୍କୁ ବିଶ୍ୱାସରେ ନେବା ଅତି ଆବଶ୍ୟକ । ଆପଣଙ୍କର ପ୍ରେମୀ ଆପଣଙ୍କ ସହିତ ନିଜର ଭାବନାକୁ ପ୍ରକାଶ କରିପାରିବେ ନାହିଁ ଯାହା ଆପଣଙ୍କୁ ବ୍ୟଥିତ କରିବ ।
କୃତିକା- ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ଚିନ୍ତିତ ରହିବାକୁ ପଡ଼ିପାରେ। ସାମାଜିକ କ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ସମସ୍ୟାଗ୍ରସ୍ତ ହୋଇ ପାରନ୍ତି। ଅଭାବ ନ ଥିଲେ ମଧ୍ୟ କେତେକ ସମସ୍ୟା ମଧ୍ୟରେ ଗତି କରୁଥିବା କାରଣରୁ ମନ ଅସ୍ଥିର ରହିବ।
ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯