ସୈାର କୁମ୍ଭମାସ ମାଘ ଶୁକ୍ଳପକ୍ଷ। ଇଂରାଜୀ ୧୯ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ଅହୋରାତ୍ର, ତିଥି- ୧୦ ମୀ ଦିବା ୦୮.୫୦ ଗତେ ୧୧ଶୀ, ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି
ମଘା- ଆଖିରେ ଯନ୍ତ୍ରଣା ଅନୁଭବ କରିବା ସହିତ ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ନିଜ କାର୍ଯ୍ୟ କ୍ଷେତ୍ରରେ ଏକ ବଡ଼ ପଦୋନ୍ନତି ପାଇବାର ସମ୍ଭାବନା ପାଇପାରିବେ । ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ ।
ପୂ,ଫାଲଗୁନି- କାର୍ଯ୍ୟାଳୟରେ ଉତ୍ତମ କାର୍ଯ୍ୟ କରିବା ପାଇଁ ଉପହାର ମିଳିପାରେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ୟ୍ୟ କରିପାରିବେ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ ମଧ୍ୟମ ଧରଣର ଫଳ ପାଇବେ ।
ଉ,ଫାଲଗୁନି- କଳା, ସାହିତ୍ୟ, କ୍ରୀଡ଼ା, ସଙ୍ଗୀତ ଓ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ। ଧର୍ମକାର୍ଯ୍ୟରେ ଖର୍ଚ୍ଚ କରିପାରନ୍ତି । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ ।
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧