ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର ।ଚନ୍ଦ୍ର – ମକର ରାତ୍ରି ୦୧.୧୪ ଗତେ କୁମ୍ଭ,ତିଥି – ୧୪ଶୀ ଦିବା ୦୪.୧୮ ଗତେ ଅମାବାସ୍ୟା। ଘାତ ଚନ୍ଦ୍ର – ସିଂହ ରାତ୍ରି ୦୧.୧୪ ଗତେ ମିଥୁନ ଓ ମୀନ । ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ
ବିଶାଖା- ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।
ଅନୁରାଧା- କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି । ଯାତ୍ରାରେ ବିଳମ୍ବ ଘଟିପାରେ ।
ଜ୍ୟୋଷ୍ଠା- ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୯