ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କଠାରୁ ପରାମର୍ଶ ନିଅନ୍ତୁ । ଆଚାର ବ୍ୟବହାର କଥାବାର୍ତ୍ତାରେ ଆୟତ୍ତ ନ ରଖିଲେ ଅସୁବିଧାରେ ପଡିପାରନ୍ତି ।
ଚିତ୍ରା- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ ।ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।
ସ୍ୱାତୀ- ରାଜନୀତିରେ ସାହସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ସାମାଜିକ କାର୍ଯ୍ୟରେ ଆପଣଙ୍କ ରୁଚି ବଢିବ ।
ବିଶାଖା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳାମାନଙ୍କ ମନରେ ନୂଆ ନୂଆ ବିଚାର ଆସିବ।
ପ୍ରତିକାର – ପର୍ଶୁରାମଙ୍କର ଫଟୋକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬