ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୫ମୀ (ମଳ) ପ୍ରାତଃ ୦୭.୩୧ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୩୦ ଗତେ ୧ ପାଦ-କୃଷିହାନି-ଭୂମିଦାନ
ମଘା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।
ପୂ,ଫାଲଗୁନି- ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଆର୍ଥିକ ସହାୟତା ପାଇବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି
ଉ,ଫାଲଗୁନି- ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧